ୟୁ.ଜି.ଏମ୍. ଆଇ. ଟି. ରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କର ଜନ୍ମ ଦିବସ ପାଳିତ

0
135
ପାଳିତ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୮/୦୪) : ଆଜି ହେଉଛି ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ ପ୍ରଗତି ପୁରୁଷ କୁଳବୃଦ୍ଧ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କର ୧୭୫ ତମ ଜନ୍ମ ଜୟନ୍ତୀWhatsApp Image 2023 04 29 at 09.53.04 ୟୁ.ଜି.ଏମ୍. ଆଇ. ଟି. ରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କର ଜନ୍ମ ଦିବସ ପାଳିତ

ଉକ୍ତ ଶୁଭ ଅବସରରେ ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଶିକ୍ଷାନୁଷ୍ଠାନ, ରାୟଗଡା ସ୍ଥିତ ମଧୁସୂଦନ ଦାସଙ୍କର ପ୍ରତିମୂର୍ତ୍ତିରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ପଟେଲ, ପୂର୍ବତନ ଛାତ୍ର ଶ୍ରୀ ସବ୍ୟସାଚୀ ସାହୁ ଏବଂ ଅନୁଷ୍ଠାନରେ ଉପସ୍ଥିତ ଅଧ୍ୟାପକ ଅଧ୍ୟାପିକା ବୃନ୍ଦ ଏବଂ ସମସ୍ତ କର୍ମଚାରୀ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ପ୍ରସଙ୍ଗରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ପଟେଲ, ପୂର୍ବତନ ଛାତ୍ର ଶ୍ରୀ ସାହୁ ଏବଂ କତିପୟ ଅଧ୍ୟାପକ ସ୍ୱର୍ଗତ ମଧୁସୂଦନ ଦାସଙ୍କର ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ନିମିତ୍ତ ମହାନ ତ୍ୟାଗ ଓ଼ ବଳିଦାନର ବଳିଷ୍ଠ କାହାଣୀ ସମ୍ବଦ୍ଧରେ ସ୍ମୃତି ଚାରଣ କରିଥିଲେ ।