ଘଣ୍ଟାପ୍ରତି ୯ କି.ମି ବେଗରେ ଗତି କରୁଛି ବାତ୍ୟା ‘ମୋଚା’

0
85
ଘଣ୍ଟାପ୍ରତି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୨/୦୫) : ଦକ୍ଷିଣପୂର୍ବ ତତ୍ ସଂଲଗ୍ନ କେନ୍ଦ୍ରୀୟ ବୋଙ୍ଗୋପସାଗର ଅଞ୍ଚଳରେ ଅତି ଭିଷଣ ବାତ୍ୟାରେ ପରିଣତ ହେଲା ମୋକା । ଘଣ୍ଟାପ୍ରତି ୯ କି.ମି ବେଗରେ ଗତି କରୁଛି ବାତ୍ୟା ‘ମୋଚା’

ଏହା ଆଜି ସକାଳ ୫.୩୦ ର ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ବେଗ ୯ କିମି ହାରରେ ଉତ୍ତର ଆଡକୁ ଗତି କରୁଛି । ତଥା ୧୩.୨ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୮.୧ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ କେନ୍ଦ୍ରୀଭୂତ ରହିବା ସହ ପୋର୍ଟବ୍ଲେୟାର ଠାରୁ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ୫୨୦ କିମି, ବାଙ୍ଗଲାଦେଶର କକ୍ସ ବଜାର ଠାରୁ ଦକ୍ଷିଣ ଦକ୍ଷିଣ ପଶ୍ଚିମ ଦିଗରେ ୧୦୧୦ କିମି, ଏବଂ ମିଆଁମାରର ସ୍ୱଇଟେ ଠାରୁ ସମାନ ଦିଗରେ ୯୩୦ କିମି ଦୂରରେ ସକ୍ରିୟ ରହିଛି l

ଏହା ଧୀରେ ଧୀରେ ଗତିର ଦିଗ ପରିବର୍ତ୍ତନ କରି ଉତ୍ତରଉତ୍ତର-ପୂର୍ବ ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହା ଏକ ଅତି ଭୀଷଣ ବାତ୍ୟା ଭାବେ ୧୪ ତାରିଖ ମଧ୍ୟାହ୍ନ ସମୟରେ ଦକ୍ଷିଣପୂର୍ବ ବାଙ୍ଗଲାଦେଶ ଏବଂ ଉତ୍ତର ମିଆଁମାର ଉପକୂଳକୁ କକ୍ସ ବଜାର (ବାଙ୍ଗଲାଦେଶ) ଏବଂ କ୍ୟାୟପିୟୁ (ମିଆଁମାର) ମଧ୍ୟରେ ମିଆଁମାରର ସ୍ୱଇଟେ ନିକଟରେ ସ୍ଥାୟୀ ପବନ ଘଣ୍ଟାପ୍ରତି ୧୫୦ ରୁ ୧୬୦ ସର୍ବାଧିକ ୧୭୫ କିମି ସହ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି l