ରାମନାଗୁଡ଼ା ବ୍ଲକ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0
75
ରାମନାଗୁଡ଼ା ବ୍ଲକ କାର୍ଯ୍ୟାଳୟ

ରିପୋର୍ଟ : ନରୋତ୍ତମ ପାଢ଼ୀ
ରାମନାଗୁଡ଼ା /ରାୟଗଡା, (୧୫/୦୫) : ଆଜି ରାମନାଗୁଡ଼ା ବ୍ଲକ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା ।WhatsApp Image 2023 05 15 at 19.13.57 ରାମନାଗୁଡ଼ା ବ୍ଲକ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାମନାଗୁଡ଼ା ବ୍ଲକ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଯୁଗ୍ମ ଅଭିଯୋଗ ଶୁଣାଣି ରେ ଯୋଗଦେଇ ମୋଟ ୧୩ ଟି ଅଭିଯୋଗ ଗ୍ରହଣ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅଭିଯୋଗ ଗୁଡିକର ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ୧୩ ଟି ଅଭିଯୋଗ ମଧ୍ୟରୁ ୧୦ ଟି ବ୍ୟକ୍ତିଗତ ଓ ୩ ସାମୁହିକ ଅଭିଯୋଗ ଦାଖଲ ହୋଇଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରବିନାରାୟଣ ତ୍ରିପାଠୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲ ମୋହନ ରାଉତ ରାୟ, ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର କହଁର, ପ୍ରକଳ୍ପ ନିର୍ଦ୍ଦେଶକ ଜାଳବିଭାଜିକା ମିଶନ ଡ଼ଃ ଦୟାନିଧି ବାଗ, ପ୍ରମୁଖ ଅଭିଯୋଗ ଗୁଡିକ ଶୁଣାଣି କରିଥିଲେ ।

ଆଜିର ଏହି ଅଭିଯୋଗ ଶୁଣାଣୀରେ, ରାମନାଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ପ୍ରଭାତୀ ଝଡ଼ିଆ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଅଶୋକ ଶତପଥି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବରିହା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର ଗମାଙ୍ଗ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯାଜ୍ଞସେନି ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ଦେହୁରୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।