୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ କିରାଣୀ, ଧରିଲା ଭିଜିଲାନ୍ସ

0
84
ଧରିଲା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁବର୍ଣ୍ଣପୁର, (୨୧/୦୫) : ୧୫ ହଜାର ଟଙ୍କା ଲାଞ୍ଚଲାଞ୍ଚ ନେଇ ଧରାପଡିଲେ ଲାଞ୍ଚୁଆ କିରାଣୀ

୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କିରାଣୀ । ସିଣ୍ଢୋଲର ଏଲଆଇ ନାରାୟଣ ମେହେରଙ୍କ ଏରିଅର ବିଲ କରିବାକୁ ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଧରିଛି । ସୁବର୍ଣ୍ଣପୁର ଓ ବଲାଙ୍ଗିର ଭିଜିଲାନ୍ସ ଟିମ ମିଳିତ ଭାବେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଳୟ କାର୍ଯ୍ୟାଳୟରେ ଚଢାଉ କରିଥିଲେ । ଏହା ସହ ଭିଜିଲାନ୍ସ ଅଧିକରୁ ଅଧିକ ତଦନ୍ତ ଜାରି ରଖିଛି ।