ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
78
ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୨୨/୦୫) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l

ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୮ଟି, ସାମୁହିକ ଦରଖାସ୍ତ ୬ଟି, ସି ଏମ ଆର ଏଫ ସହାୟତା ନିମନ୍ତେ ୩ଟି ଦରଖାସ୍ତ ଗ୍ରହଣ କରାଯାଇ ଥିବାବେଳେ ଶିବିରରେ 0୭ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଛି l ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିପୁର ମହାନନ୍ଦିଆ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ନିହାର ରଞ୍ଜନ କଁହର, ଡୁଙ୍ଗୁରିପାଲି ବ୍ଲକ ଉପାଧ୍ୟକ୍ଷ ମକରଧ୍ଵଜ ସାହୁ, ଅଧିକ୍ଷଣ ଯନ୍ତ୍ରୀ ଆରଡବ୍ଲୁଏସଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମଞ୍ଜୁବାଳା ଦାଶ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ଶ୍ରମ ଉପନିର୍ଦେଶକ ଡିଲେଶ୍ୱର ଖାକା, ଉପନିର୍ଦେଶକ କୃଷି ନାରାୟଣଚନ୍ଦ୍ର ସେଠୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳ ଅମଳ ପ୍ରକଳ୍ପ, ସି ଡି ଭି ଓ ଅନନ୍ତ ପଣ୍ଡା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ କୁମାର ପଟ୍ଟନାୟକ,ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ଉପଜିଲ୍ଲାପାଳ ସୋନପୁର କାର୍ଯ୍ୟାଳୟ ର ସହକାରୀ ଜିଲ୍ଲାପାଳ ଖଦାଲ ପାତ୍ର, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ l