ତରଭା ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
94
ତରଭା ରେ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୨୯/୦୫) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2023 05 29 at 15.16.02 ତରଭା ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ତରଭା ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ସୁବର୍ଣ୍ଣପୁର ଭାରପ୍ରାପ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୪ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୨ଟି ଓ ସାମୁହିକ ଦରଖାସ୍ତ ୧୨ଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ୪ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୦ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବିଡିଓ ତରଭା ନିରଞ୍ଜନ ନାଏକ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ନିହାର ରଞ୍ଜନ କଁହର,ଉପ ଜିଲ୍ଲାପାଳ ସୋନପୁର ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ବିଶ୍ୱରଂଜନ ପତି, ଅଧିକ୍ଷଣ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଅଧିକ୍ଷଣ ଯନ୍ତ୍ରୀ ପିଡବ୍ଲୁଡି ଇଂ ଦାମୋଦର କୈବର୍ତ୍ତ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଏମ ଡିଆଇସି ବଳଭଦ୍ର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ମିଶନ ଶକ୍ତି ସଂଯୋଜକ କାର୍ତ୍ତିକ ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର ତରଭା କିର୍ତ୍ତୀ ଚନ୍ଦ୍ର ପ୍ରଧାନ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l