ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ

0
95
ଓଡ଼ିଶା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୩/୦୬) : ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ । ଆଜି ମୌସୁମୀ ବାୟୁ ମାଲକାନଗିରି, କୋରାପୁଟ ଏବଂ ଗଜପତି ଜିଲ୍ଲାର କିଛି ଅଞ୍ଚଳ ଛୁଇଁଛି ।

ଆଗାମୀ ଦୁଇଦିନ ମଧ୍ୟରେ ସାରା ଓଡ଼ିଶାକୁ ମୌସୁମୀ ଛୁଇଁବା ନେଇ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ମୌସୁମୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆସନ୍ତା ୩ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାୟଗଡ଼ା, ଗଜପତି, ଗଂଜାମ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ କିଛି ଦିନ ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି । ଯାହାକୁ ଦୃଷ୍ଟିରେ ରଖି ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।