1. Big News : ରାୟଗଡ଼ା ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

2
165
ରାୟଗଡ଼ା

ରିପୋର୍ଟ: ଗୋପୀନାଥ ଗୌଡ଼ //
ରାୟଗଡା, (୩ /୦୭ /୨୦୨୩): ଆଜି ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦରମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।ea42fd56 7556 42a7 ae28 f101a268cb7f copy 1. Big News : ରାୟଗଡ଼ା ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ରାୟଗଡ଼ା ଜିଲ୍ଲାପାଳ ସ୍ଵଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଅତିରକ୍ତ ଆରକ୍ଷୀ ଅଧିକ୍ଷକ ବିଷ୍ଣୁ ଚରଣ ପାତ୍ର , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ରବିନାରାୟଣ ତ୍ରିପାଠୀ, ପିଏ, ଆଇଟିଡିଏ, ଦିଲୀପ କୁମାର ବେହେରା ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l ଆଜି ମୋଟ ୬୪ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୪୫ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୯ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ୭ ଜଣ ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ପ୍ରଦାନ କରିଥିବା ବେଳେ ୨ ଜଣକୁ ରେଡ଼କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ l

ଏହି ଅଭିଯୋଗ ଶିବିରରେ ପ୍ରକଳ୍ପ ନିର୍ଦେଶକ ଜଳବିଭାଜିକା ମିଶନ, ଡ଼ଃ ଦୟାନିଧି ବାଗ, ଏଡିଏମଓ, ଡ଼ଃ ପୃଷ୍ଟି,ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ, ଅଶୋକ କୁମାର ଶତପଥି,ନିର୍ବାହୀ ଯନ୍ତ୍ରୀ ବିଦ୍ୟୁତ,ରାୟଗଡ, ନାରାୟଣ ନାୟକ,ତହସିଲଦାର ପର୍ଶୁରାମ ଭତରା ,, ସଦର ବିଡ଼ିଓ ଲଷ୍ମୀ ନାରାୟଣ ସାବତ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯାଜ୍ଞସେନି ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁରେନ୍ଦ୍ର ଗମାଙ୍ଗ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀକାନ୍ତ ପାଣିଗ୍ରାହୀ,ଜିଲ୍ଲା କ୍ରୀଡା ଅଧିକାରୀ, ଶେଖ ଆଲେନୁର,ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ, ଧ୍ରୁବ ଚରଣ ନାୟକ,ଜିଲ୍ଲା ପଂଚାୟତ ଅଧିକାରୀ, ସକିଲା ଚରଣ ବାସ୍କେ,ବରିଷ୍ଠ ଶିଳ୍ପ ବିକାଶ ଅଧିକାରୀ ସବ୍ୟସାଚୀ ସାହୁ,ଅନ୍ୟାନ୍ୟ ଜିଲ୍ଲା ସ୍ଥାରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

2 COMMENTS

Comments are closed.