1. Big News-ଗଣ୍ଡାବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଓ ବୃକ୍ଷରୋପଣ

0
80
ଗଣ୍ଡାବାହାଲ

ରିପୋର୍ଟ : ରାଜେଶ ବାଘ
ଉଲୁଣ୍ଡା, (୧୦/୭) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଗଣ୍ଡାବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପୋଷକ ବିତରଣ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏଥିରେ ଗଣ୍ଡାବାହାଲ ପ୍ରଧାନ ଶିକ୍ଷକ ହରି ଚରଣ ପାଲ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ବୃକ୍ଷରୋପଣ ଏବଂ ପୋଷାକ ବିତରଣ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନାରାୟଣ ହରିପାଲ ଅଧ୍ୟକ୍ଷତା କରିଥିଲେ l ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଦସ୍ୟା ବିଜୟାଲଷ୍ମୀ ତରାଇ, ଉଲୁଣ୍ଡା ଗ୍ରାମ ପଞ୍ଚାୟତର ସରପଞ୍ଚ ରଶ୍ମିତା ଭୋଇ, ଉଲୁଣ୍ଡା ଗୋଷ୍ଠୀ ଶିକ୍ଷାକେନ୍ଦ୍ର କାର୍ଯ୍ୟାଳୟର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜନାର୍ଦ୍ଦନ ସାହୁ, ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ରାଜେଶ କୁମାର ମେଣ୍ଡିଲି, ମୋ ସ୍କୁଲ ଅଭିଯାନ ର ସଭାପତି ବୈଷ୍ଣବ ଚରଣ ତରାଇ, କମିଟି ସଦସ୍ୟ ପଦ୍ମଲୋଚନ ଭୋଇ, ରାଜେଶ ସୁନା ଉପସ୍ଥିତ ଥିବାବେଳେ, ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀବୃନ୍ଦ ଏବଂ କମିଟି ସଦସ୍ୟ ସଦସ୍ୟା ବୃନ୍ଦ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ପୁର୍ଣ୍ଣ ସହଯୋଗ କରିଥିଲେ l ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବୃକ୍ଷ ରୋପଣ ର ଉପକାରିତା ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା l