Best Weather News: 21 ଯାଏଁ ବର୍ଷା, ଚେତବାନୀ ଜାରି କଲା ପାଣିପାଗ ବିଭାଗ

0
60
21 ଯାଏଁ ବର୍ଷା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୭/୦୭) : 21 ଯାଏଁ ବର୍ଷା- ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର ଏବଂ ଜୁଲାଇ ୧୮ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

21 ଯାଏଁ ବର୍ଷା- ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡିଶା ପାର୍ଶ୍ୱବର୍ତ୍ତୀ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ମୌସୁମୀ ନିମ୍ନ ଚାପ ରେଖା ଆଜି ରାଜସ୍ଥାନର ଗଙ୍ଗାନଗରରୁ ବାହାରି ନରନୁଁଲ, ଆଲିଗଡ, ବାରଣାସୀ, ଡଲଟନଗଞ୍ଜରୁ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ମଧ୍ୟ ଦେଇ, ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହା ବାୟୁମଣ୍ଡଳରେ ୧.୫ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି । ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ପାଇଁ ପଶ୍ଚିମ ଓଡ଼ିଶାର ୮ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ୱର୍ନିଙ୍ଗ ଜାରି କରାଯାଇଛି ।

ସେହିପରି ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱର୍ନିାଙ୍ଗ ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରବାହ ସହ ବିସ୍ତୃତି ବର୍ଷା ପ୍ରଭାବରେ ୫% ନିଅଣ୍ଟିଆ ଭରଣ ହୋଇଥିବା ବେଳେ ଚଳିତ ମୌସୁମୀ ଋତୁରେ ଗତକାଲିର ୨୮% ନିଅଣ୍ଟିଆ ରୁ ୨୩% କୁ ଖସିଲା ନିଅଣ୍ଟିଆ ବର୍ଷା ।୧ ଜୁନ ରୁ ଆଜି ୧୬ ଜୁଲାଇ ମଧ୍ୟରେ ରାଜ୍ୟରେ ୨୮୫.୧ ମିମି ବର୍ଷା ରେକର୍ଡ ଯାହା ସ୍ୱାଭାବିକ ବର୍ଷା ୩୭୦.୯ ମିମି ତୁଳନାରେ ୨୩ ପ୍ରତିଶତ କମ୍ ।