ରାଜ୍ୟରେ ୧୯ ରୁ ୨୨ ତାରିଖ ପର୍ଯ୍ୟନ୍ତ କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

0
60

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୯/୦୭) : ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ରାଜ୍ୟରେ ୧୯ ରୁ ୨୨ ତାରିଖ ପର୍ଯ୍ୟନ୍ତ ବର୍ଷାର ବିସ୍ତୃତି ବଢ଼ିବା ସହ କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇଥିବା ବେଳେ, ଏହା ସହ ଜଡିତ ଘୂର୍ଣ୍ଣିବଳୟ ଆଜି ପଶ୍ଚିମ ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏଁ ବ୍ୟାପିଛି । ପ୍ରଭାବରେ ଆଜି ଅଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେପଟେ ଭରଣ ହେଲା ନିଅଣ୍ଟିଆ ବର୍ଷା । ସକ୍ରିୟ ମୌସୁମୀ ପ୍ରଭାବରେ ଗତ ୨୪ ଘଣ୍ଟାରେ ଅନୁଭୂତ ବର୍ଷାରେ ୩ ପ୍ରତିଶତ ନିଅଣ୍ଟିଆ ଭରଣ । ଗତ ୪୮ ଘଣ୍ଟାରେ ଅନୁଭୂତ ବର୍ଷା ପ୍ରଭାବରେ ରାଜ୍ୟରେ ୮ ପ୍ରତିଶତ ନିଅଣ୍ଟିଆ ଭରଣ ହୋଇଛି । ରାଜ୍ୟରେ ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ୩୦୭.୮ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷା ୩୮୨.୮ ମିମି ତୁଳନାରେ ୨୦ ପ୍ରତିଶତ କମ୍ ।