ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
73

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୩୧/୦୭) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2023 07 31 at 17.26.24 ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଜିଲ୍ଲାପାଳ ବିମଲେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୦୫ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୯୨ ଟି, ସାମୁହିକ ଦରଖାସ୍ତ ୧୩ଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୧୦ଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଶିବିରରେ ଜିଲ୍ଲାପାଳ ଶ୍ରୀ ରାୟ ବିନିକା ବ୍ଲକ ଅନ୍ତର୍ଗତ ନନ୍ଦନମାଲ ଗ୍ରାମର ଭିନ୍ନକ୍ଷମ ଦମ୍ପତି ପାଣ୍ଡବ ବାଗ ଓ ପାର୍ଥବୀ ଅଦାବର ଙ୍କୁ ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ର ବିବାହ ପ୍ରୋତ୍ସାହନ ଅର୍ଥରାଶି ନିମନ୍ତେ ଚେକ୍ ପ୍ରଦାନ କରିଥିଲେ l

ବିନିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପ୍ରଶାସନ) ଜିଲ୍ଲାପରିଷଦ ସନତ କୁମାର ନାୟକ, ବ୍ଲକ ଉପାଧ୍ୟକ୍ଷ ନିର୍ମଳ ଶାଣ୍ଢ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ , ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଭାରପ୍ରାପ୍ତ ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା, ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l