ଆହୁରି ଦୁଇ ଦିନ ପ୍ରବଳ ବର୍ଷିବ

0
60

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୨/୦୮) : ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଅବପାତ ।

ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବାବେଳେ ଆହୁରି ଦୁଇ ଦିନ ଯାଏ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଆଜି ପାଇଁ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ପ୍ରବଳ ବର୍ଷା ଫଳରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ଆକସ୍ମିକ ବନ୍ୟା, ଟ୍ରାଫିକ ସମସ୍ୟା, ମାଟି କାନ୍ତ ଭୁଶୁଯିବାର ଆଶଙ୍କା ରହିଛି । ତେଣୁ ଏଥିପ୍ରତି ସତର୍କ ରିହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବିମାନଙ୍କୁ ୨ ଦିନ ଯାଏଁ ସମୁଦ୍ରକୁ ନ ଯିବାକୁ ସତର୍କ କରାଯାଇଛି ।