ତୁଚ୍ଛ ହେଲା ରକ୍ତ ସମ୍ପର୍କ, ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ

0
51

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଢେଙ୍କାନାଳ, (୦୫/୦୮) : ତୁଚ୍ଛ ହେଲା ରକ୍ତ ସମ୍ପର୍କ । ସାନ ଭାଇକୁ ଜଣେ ବ୍ୟକ୍ତି କଟୁରୀରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି ।

ଘଟଣା ଘଟିଛି ଢେଙ୍କାନାଳ ସଦରଥାନା ଅନ୍ତର୍ଗତ ସୋଗରପଷୀ ଦେହୁରୀ ସାହିରେ । ମୃତ ବ୍ୟକ୍ତି ଜଣଙ୍କ ହେଲେ ଅଭୟ ଦେହୁରୀ । ପୁଲିସ ପ୍ରଶାନ୍ତ ଦେହୁରୀଙ୍କୁ ଗିରଫ କରି ପଚରାଉଚରା କରୁଛି । ଗତକାଲି ସନ୍ଧ୍ୟା ସମୟରେ ଅଭୟ କୋଠ ଘରୁ ଘରକୁ ଫେରୁଥିଲେ। ଏହି ସମୟରେ ବାଟରେ ଅଭୟଙ୍କୁ କଟୁରୀରେ ଆକ୍ରମଣ କରିଥିଲେ ପ୍ରଶାନ୍ତ । ସ୍ଥାନୀୟ ଲୋକେ ଅଭୟଙ୍କ ପାଟି ଶୁଣି ଦୌଡ଼ି ଆସିଥିଲେ । ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଗ୍ରାମବାସୀ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ପ୍ରଶାନ୍ତଙ୍କୁ ଗିରଫ କରି ପଚରାଉଚରା କରୁଛି । କେଉଁ କାରଣ ପାଇଁ ପ୍ରଶାନ୍ତ ଅଭୟଙ୍କୁ ହତ୍ୟା କଲେ ତାର କାରଣ ଜଣାପଡ଼ିନାହିଁ । ଅଭୟଙ୍କ ସହ ପ୍ରଶାନ୍ତଙ୍କର କୌଣସି ପୂର୍ବ ଶତ୍ରୁତା ନଥିବା ପରିବାର ଲୋକେ କହିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି ।