Best News: 40 ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସିଡିପିଓ

0
71
40 ହଜାର ଟଙ୍କା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଝାରସୁଗୁଡା, (୦୬/୦୮) : 40 ହଜାର ଟଙ୍କା ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଝାରସୁଗୁଡ଼ା (ଅର୍ବାନ) ସିଡିପିଓ ସରୋଜିନୀ ଏକ୍କା

40 ହଜାର ଟଙ୍କା ଲାଞ୍ଚ : – ଗତ ଚାରି ମାସର ଛତୁଆ ବିଲ୍ ପାସ୍ କରି ଦେବା ପାଇଁ ଏକ ସ୍ୱୟଂ ସହାୟକ ଗୋଷ୍ଠୀ (SHG) ର ସଭାପତିଙ୍କ ଠାରୁ ସେ ଏହି ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ । ସିଡିପିଓ ସରୋଜିନୀ ଏକ୍କାଙ୍କ ଠାରୁ ଭିଜିଲାନ୍ସ ଅଧିକାରୀମାନେ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଛନ୍ତି । ସରୋଜିନୀ ଏକ୍କା ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ତାଙ୍କର ଦୁଇଟି ଠିକଣାରେ ଚଢ଼ାଉ କରାଯାଇଛି । ଏହି ମାମଲାରେ ରାଉରକେଲା ଭିଜିଲାନ୍ସ ପକ୍ଷରୁ ମାମଲା ରୁଜ୍ଜୁ କରାଯାଇଛି । ମାମଲାର ତଦନ୍ତ ଜାରି ରହିଛି ।