1. Big News : ସୋନପୁର ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
59
ସୋନପୁର ବ୍ଲକ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର , (୦୭/୦୮) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2023 08 08 at 09.19.20 1. Big News : ସୋନପୁର ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୋନପୁର ବ୍ଲକ ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୧ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୮ଟି ବ୍ୟକ୍ତିଗତ ଓ ୩ଟି ସାମୁହିକ ଦରଖାସ୍ତ ରହିଛି l ଶିବିରରେ ଗୋଟିଏ ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇ, ଅନ୍ୟାନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ସୋନପୁର ବିଡ଼ିଓ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ବିନୀ ମେହେର, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ସୋନପୁର ତହସିଲଦାର ନବୀନ କିଶୋର ପାଢ଼ୀ, ସୋନପୁର ପୌର ପରିଷଦ ର ନିର୍ବାହୀ ଅଧିକାରୀ ସୂର୍ଯ୍ୟଂଶୁ ରୁଟ ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l