1. Best News : ରାଜ୍ୟରେ ପୁଣି ଆଉ ଏକ ଘୂର୍ଣ୍ଣିବଳୟ

0
59
ରାଜ୍ୟରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୪/୦୮) : ରାଜ୍ୟରେ ପୁଣି ଆଉ ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ଅଗଷ୍ଟ ୧୫ରୁ ବଢିବ ବର୍ଷାର ପରିମାଣ । ତେବେ ରାଜ୍ୟ ରେ ମୌସୁମୀର ପ୍ରଭାବ ଦୁର୍ବଳ ହୋଇଥିବା ବେଳେ ରାଜ୍ୟରେ ମେଘୁଆ ପାଗ ଜାରି ରହିଛି ।

କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ବୋଲି କରିଛି ପାଣିପାଗ ବିଭାଗ । ଏହାସହ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୩.୦ ଉପରେ ରହୁଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓ ତାର ପାଶ୍ୱବର୍ତ୍ତୀ ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ୧୫ ଜିଲ୍ଲାରେ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି ବିଭାଗ । ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ମୟୂରଭଞ୍ଜ, ପୁରୀ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ଢେଙ୍କାନାଳ, ସୁନ୍ଦରଗଡ, ଅନୁଗୋଳ ।

ସେହିପରି ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରଯାଇଛି । ପରେ ପୁଣି ୧୫ରୁ ବଢିବ ବର୍ଷାର ବିସ୍ତୃତି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ହୋଇଥିବା ବେଳେ ବାଲେଶ୍ୱରରେ ସର୍ବାଧିକ ୭୨.୨ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି। ସେହିପରି ସମ୍ପୂର୍ଣ୍ଣ ରାଜ୍ୟରେ ଜୁନ ୧ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ୩.୯ ମିମି ରେକର୍ଡ କରାଯାଇଛି । ଏହା ସ୍ୱାଭାବିକ ବର୍ଷାର ୭୪ ପ୍ରତିଶତ କମ ରହିଛି ।