1. Best News : ବଜ୍ରପାତରେ ଜଣେ ମହିଳା ସମେତ ୭ ମୃତ; ୧୦ ଆହତ

0
65
ବଜ୍ରପାତରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୧୭/୦୮) : ବଜ୍ରପାତରେ ଦୁଇଟି ଜିଲ୍ଲାରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ଘଟଣା ଘଟିଛି ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ।

ଗତକାଲି ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ବସ୍ତା ଓ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକମାନଙ୍କ ମଧ୍ୟରେ ୨ ଜଣ ମହାଦେବସରାଇ ଗାଁ’ର ହୋଇଥିବାବେଳେ ଅନ୍ୟମାନେ ବେଲଗାଁ ଓ ପଣସପଡ଼ାର ବୋଲି ଜଣାପଡ଼ିଛି । ସମସ୍ତେ ବିଲରେ ଧାନ ରୋଉଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ । ସେହିପରି ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଳକରେ ବଜ୍ରପାତରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଥିଲେ। ।

ରାଜ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ ଯୋଗୁ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା଼ ନେଇ ୱାର୍ଣ୍ଣିଂ ଜାରି କରାଯାଇଛି ।