1. Big News : ତରଭା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
84
ତରଭା

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୨୮/୦୮) : ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2023 08 28 at 17.19.36 1. Big News : ତରଭା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଳାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୮ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ I ତନ୍ମଧ୍ୟରେ ୫ଟି ସାମୁହିକ ଦରଖାସ୍ତ ରହିଥିବା ବେଳେ ୧୩ଟି ବ୍ୟକ୍ତିଗତ ଦରଖାସ୍ତ ରହିଛି l ଗ୍ରହଣ କରାଯାଇଥିବା ସମସ୍ତ ଦରଖାସ୍ତ ମଧ୍ୟରୁ ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ଦରଖାସ୍ତ ଗୁଡିକୁ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ତରଭା ବିଡ଼ିଓ ଅନିଲ କୁମାର କୁଲୁ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅଶ୍ବିନୀ ମେହେର, ସୋନପୁର ଉପ ଜିଲ୍ଳାପାଳ ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ବିଶ୍ୱ ରଞ୍ଜନ ପତି, ଅଧିକ୍ଷଣ ଯନ୍ତ୍ରୀ ପିଡବ୍ଲୁଡି ଇଂ ଦାମୋଦର କୈବର୍ତ୍ତ, ଅଧିକ୍ଷଣ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ଶ୍ରୀକାନ୍ତ ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଏ ସି ଏଫ ପ୍ରଫୁଲ୍ଲ କୁମାର ଧରୁଆ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅକ୍ଷୟ କୁମାର ନାୟକ ।

ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ , ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ , ଏ ସି ଏସ ଯୋଗେଶ୍ୱର ସାଏ, ଏସ ଏ ଆର ସି ଏସ ସିଦ୍ଧାର୍ଥ ଶଙ୍କର ମିଶ୍ର ।

ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ତରଭା ତହସିଲଦାର କିର୍ତ୍ତୀ ଚନ୍ଦ୍ର ପ୍ରଧାନ, ତରଭା ଆଇ ଆଇ ସି ଅନିତା କିଣ୍ଡୋ ଏବଂ ଅନ୍ୟାନ୍ୟ ଜିଲ୍ଳାସ୍ତରୀୟ ଅଧିକାରୀ ଯୋଗଦାନ ପ୍ରମୁଖ ଯୋଗଦାନ କରିଥିଲେ । ଅଦ୍ୟ ଶିବିରରେ ଜିଲ୍ଲାପାଳ ଶ୍ରୀ ରାୟ, ଗର୍ଜା- ଝାରତରଭା ନିବାସୀ ଜଳନ୍ଧର ଦଳବେହେରା ଙ୍କୁ ମଧୁବାବୁ ପେନସନ ଯୋଜନରେ ମଞ୍ଜୁର ବାର୍ଦ୍ଧ୍ୟକ ଭତ୍ତା ୫ଶହ ଟଙ୍କା ପ୍ରଦାନ କରିଥିଲେ l ଶିବିର ପରିଚାଳନା ରେ ସମସ୍ତ ବ୍ଲକ ସ୍ତରୀୟ କର୍ମଚାରୀ ସହଯୋଗ କରିଥିଲେ ।