1. Top Weather New: ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟିହେବ ଘୂର୍ଣ୍ଣିବଳୟ

0
99
ଆସନ୍ତାକାଲି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୨/୦୯) : ବଦଳୁଛି ପାଗର ମିଜାଜ୍‌ । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟିହେବ ଘୂର୍ଣ୍ଣିବଳୟ । ଆଉ ୫ ତାରିଖରେ ଏହା ନେବ ଲଘୁଚାପର ରୂପ ।

ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟିହେବ ଘୂର୍ଣ୍ଣିବଳୟ : ଏନେଇ ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଏହା ପୂର୍ବରୁ ହିଁ ବଦଳିଛି ପାଗର ମିଜାଜ । ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବରରେ ପ୍ରବଳ ବର୍ଷା ସହ ବିଭିନ୍ନ ସ୍ଥାନରେ ପାଣି ଜମି ରହିଥିଲା । ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୩ରୁ ୭ ତାରିଖ ଯାଏ ଭଲ ବର୍ଷା ନେଇ ଆକଳନ କରାଯାଇଛି । ଏହାଛଡ଼ା ୧୧ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ମଧ୍ୟ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଯାହା ୧୫ ତାରିଖ ଯାଏଁ ଭଲ ବର୍ଷା କରାଇବ । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୫% କମ ବର୍ଷା ହୋଇଥିବାବେଳେ ୧୮ ଜିଲ୍ଲାରେ ସ୍ବାଭାବିକ ଓ ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଏହି ଦୁଇ ଲଘୁଚାପ କିଛି ନିଅଣ୍ଟିଆ ବର୍ଷାର କ୍ଷତି ଭରଣା କରିବା ନେଇ ଆଶା ରହିଛି ।