୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର !

0
54
୨୪ ଘଣ୍ଟାରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୪/ ୦୯) : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେଇପାରେ ।

ଏହାର ପ୍ରଭାବରେ ଗତ ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାବେଳେ ଆଜି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି ।

ଆସନ୍ତା ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ମଧ୍ୟ ସମ୍ଭାବନା ରହିଛି।ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେଇପାରେ । ଏହାର ପ୍ରଭାବରେ ଗତ ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାବେଳେ ଆଜି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି । ଆସନ୍ତା ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ମଧ୍ୟ ସମ୍ଭାବନା ରହିଛି ।