2 ଦିନିଆ ସଂସାଧନ ସଭ୍ୟଙ୍କ ପ୍ରଶିକ୍ଷଣ ଶିବିର

0
76

ରିପୋର୍ଟ: ରବିଶଙ୍କର ମହାପାତ୍ର //
କୋରାପୁଟ,୪/୯): କୋରାପୁଟ ସ୍ଥିତ ଦକ୍ଷତା ବିକାଶ ତାଲିମ କେନ୍ଦ୍ର ଠାରେ ଜିଲ୍ଲା ପ୍ରଶାସନ ତରଫରୁ ଦୁଇ ଦିନିଆ ଜିଲ୍ଲା ସ୍ତରୀୟ ସଂସାଧନ ସଭ୍ୟଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି lworkout

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସ୍ବରାଜ୍ୟ ସୀସା, ଜିଲ୍ଲା ସଂସ୍କୃତି ଅଧିକାରୀ ପ୍ରୀତି ସୁଧା ଜେନା, ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପ ନିର୍ଦ୍ଦେଶକ ତଥା କାର୍ଯ୍ୟକ୍ରମର ନୋଡାଲ ଅଫିସର ସୂର୍ଯ୍ୟକାନ୍ତ ବେହେରା, ଜିଲ୍ଲା କଳା ସଂସ୍କୃତି ସଂଘର ଉପ ସଭାପତି ବାଲାଜୀ ସାମନ୍ତରାୟ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ ।ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଲୋକକଳା ମାଧ୍ୟମରେ ସଚେତନ କରାଇବା ଏହାର ମୂଳ ଲକ୍ଷ୍ୟ ବୋଲି ଅତିଥି ମାନେ ପ୍ରକାଶ କରିଥିଲେ lworkout (1)

ଗାଁ ଗହଳି ରେ ରହି ଯାଉଥିବା ଲୁକ୍କାୟିତ ପ୍ରତିଭା ମାନଙ୍କୁ ଲୋକ ଲୋଚନକୁ ଆଣିବା,ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ଗାଁ ଗହଳିରେ ତ୍ୱରାନ୍ୱିତ କରିବା,ମଧୁବାବୁ ପେନସନ ଯୋଜନା,ମମତା ଯୋଜନା, ମିଶନ ଶକ୍ତି, ଓଡିଶା ଆଦର୍ଶ ବିଦ୍ୟାଳୟ, ଫସଲ ବୀମା ଯୋଜନା, ଫସଲ ଋଣ ସୁଧ ରିହାତି,ଆମ ହସ୍ପିଟାଲ, କ୍ରୀଡା, ଆମ ଓଡିଶା ନବୀନ ଓଡିଶା,5 ଟି ହାଇସ୍କୁଲ ରୂପାନ୍ତରିକରଣ ସଚେତନତା ବାର୍ତ୍ତା କିପରି ଗାଁ ଗାଁ ରେ ପହଞ୍ଚିବ ସେ ନେଇ ବ୍ଲକ ସ୍ତରୀୟ କଳାକାର ମାନଙ୍କୁ ଦୁଇ ଦିନିଆ ତାଲିମ ପ୍ରଦାନ କରାଯିବ l ଦୁଇ ଦିନିଆ ତାଲିମ ସରିବା ପରେ କଳାକାର ମାନେ ନିଜ ବ୍ଲକ ରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଲୋକମାନଙ୍କୁ ଲୋକକଳା ମାଧ୍ୟମରେ ସଚେତନ କରାଇବା ଲକ୍ଷ୍ୟ ରଖା ଯାଇଛି l