ଅବକାରୀ ASI ଙ୍କ ଘରେ ପଶିଲା ଭିଜିଲାନ୍ସ

0
64
ଅବକାରୀ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୟାଗଡ, (୦୭/୦୯) : ଅବକାରୀ ASIଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ବାଲୁଗାଁ ଅବକାରୀ ASI ସୁଦୀପ୍ତ ଦାଶଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି ।

ସୁଦୀପ୍ତଙ୍କ ନୟାଗଡ଼ ସ୍ଥିତ ବାସଭବନ, ତାଙ୍କ ଭଡ଼ା ଘର ଓ ବାଲୁଗାଁରେ ଥିବା ଭଡ଼ା ଘର ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଏହି ଚଢ଼ାଉରେ ୪ଜଣ ଡିଏସପି ଓ ୬ ଇନ୍ସପେକ୍ଟର ସାମିଲ ହୋଇଛନ୍ତି । ସୁଦୀପ୍ତ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସୁଦୀପ୍ତଙ୍କ ଘରେ ଚଢ଼ାଉ କରିଛି । ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଥିବା ସୂଚନା ମିଳିଛି ।