ବଙ୍ଗୀୟ ଦମ୍ପତିଙ୍କ ଦ୍ଵାରା ପୋଷ୍ୟ ସନ୍ତାନ ଗ୍ରହଣ

0
65
ବଙ୍ଗୀୟ ଦମ୍ପତିଙ୍କ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୧୫/୦୯ ) : ତା ୧୫/୦୯/୨୦୨୩ ରିଖ । ସ୍ଥାନୀୟ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଦ୍ଵାରା ଆଇ॰ଡି॰ଏସ ସଂସ୍ଥା ମାଧ୍ୟମରେ ପରିଚାଳିତ ହୋଇଆସୁଥିବା ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ରୁ ଅଲିପୁରଦୁର ନିବାସୀ ଜଣେ ଦମ୍ପତି ଗୋଟିଏ ପାଞ୍ଚ ମାସର କନ୍ୟା ସନ୍ତାନ କୁ ପୋଷ୍ୟ ସନ୍ତାନ ରୂପେ ଗ୍ରହଣ କରିଛନ୍ତି ।

ବିଧି ମୁତାବକ ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ସ୍ଵଧା ଦେବ ସିଂ ଉପସ୍ଥିତ ରହି ନିଜ କର କମଳରେ କନ୍ୟା ସନ୍ତାନ ଟିକୁ ଆଶାୟୀ ବଙ୍ଗୀୟ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ । ଉକ୍ତ ସନ୍ତାନ ହସ୍ତାନ୍ତର ସମୟରେ ଭାରପ୍ରାପ୍ତ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ମଧୁସ୍ମିତା ବେହେରା ଓ ପ୍ରତାପ କୁମାର ଦାଶ, ଆଇ॰ଡି॰ଏସ ସଂସ୍ଥାର ମୁଖ୍ୟ ଶ୍ରୀ ଦେବେନ୍ଦ୍ର କୁମାର ବେହେରା ଙ୍କ ସମେତ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଶିଶୁମଙ୍ଗଳ କମିଟି ଓ ଆଇ॰ଡି॰ଏସ ସଂସ୍ଥାର ସମସ୍ତ କର୍ମୀ ଉପସ୍ଥିତ ଥିଲେ ।