ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

0
60
ପଞ୍ଚାୟତ ସମିତି

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା
କଲ୍ୟାଣସିଂହପୁର, (୧୬/୯) : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକର ସମିତି କାର୍ଯ୍ୟାଳୟ ସଦଦ୍ଭାବନା ଗୃହ ଠାରେ ବ୍ଳକ ସ୍ତରୀୟ ସମିତି ବୈଠକ ଅନୁଷ୍ଠିତ ହୋଇଛି ।

ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅନୁସୂଚିତଜାତି ଓ ଜନଜାତି ଉନ୍ନୟନ ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଏଥିରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁନିଲ ଖରା, ସାଂସଦ ପ୍ରତିନିଧି କୁମାର ସ୍ୱାମୀ କୌଶଲ୍ୟା, ବ୍ଳକ ଉପାଧ୍ୟକ୍ଷ ଡମ୍ବରୁ କଞ୍ଜ।କା, ସହକାରୀ ଯନ୍ତ୍ରୀ ସବ୍ୟସାଚୀ ନାୟକ ପ୍ରମୁଖ ମଞ୍ଚାସିନ ରହିଥିଲେ । ସମିତିର ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିଥିଲେ । ଗରୀବ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ସେମାନଙ୍କୁ ଚାଉଳ କାର୍ଡ ଯୋଗାଇଦେବା ।

ବିଧବା ଭତ୍ତା, ଭିନ୍ନକ୍ଷମ ଓ ବାର୍ଦ୍ଧକ୍ୟ ଭତ୍ତା ଯେଉଁ ମାନଙ୍କ ବ୍ୟାଙ୍କ ଆକାଉଣ୍ଟ କୁ ଟଙ୍କା ଚଢୁ ନାହିଁ ସେମାନଙ୍କୁ ହାତରେ ଟଙ୍କା ଦେବା ପାଇଁ ଆଲୋଚନା କରିଥିଲେ । ଏଥିରେ ସମସ୍ତ ବିଭାଗୀୟ ଅଧିକାରୀ ସମେତ ସରପଞ୍ଚ, ସମିତି ସଦସ୍ୟ ଉପସ୍ଥିତ ରହିଥିଲେ । ଉପସ୍ଥିତ ସମସ୍ତ କର୍ମଚାରୀ ଓ ପଞ୍ଚାୟତ ପ୍ରତିନିଧି ମାନଙ୍କୁ ମଙ୍ଗଳ ସଂମ୍ପର ସାରଣ ଅଧିକାରୀ ଚନ୍ଦନ ଦାସ ବାଙ୍ଗାରି ସମସ୍ତଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ ।