ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଜଣେ ମୃତ, ୫ ଗୁରୁତର

0
59
ମର୍ମନ୍ତୁଦ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୧୮/୦୯) : କୋଣାର୍କ ବାଲିଘାଇ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାର ସହ ମୋ’ ବସ୍ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି ।

କାର୍‌ରେ ବସିଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକଙ୍କ ପରିଚୟ ମିଳି ପାରିନି। ଗୁରୁତରଙ୍କ ମଧ୍ୟରେ ବସ୍‌ ଡ୍ରାଇଭର ବି ଅଛନ୍ତି । ସୂଚନା ଅନୁଯାୟୀ, ଆଜି ସକାଳେ ଏକ ମୋ ବସ୍‌ ପୁରୀରୁ କୋଣାର୍କ ଯାଉଥିଲା। ବସ୍‌ରେ ସମୁଦାୟ ୭ ଜଣ ଥିଲେ । ଉକ୍ତ ସମୟରେ ଚନ୍ଦ୍ରଭାଗାରୁ ପୁରୀ ଅଭିମୁଖେ ଏକ କାର୍‌ ଆସୁଥିବା ବେଳେ ସେଥିରେ ୫ ଜଣ ଥିଲେ । ଡିଫେନ୍ସ ରୋଡରେ ଉଭୟ ଗାଡ଼ି ମୁହାଁମୁହିଁ ପିଟି ହୋଇଥିଲେ ।

ଏହାପରେ ବସ୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଉଭୟ ଗାଡ଼ିର ସମ୍ମୁଖ ପଟ ସମ୍ପୂର୍ଣ୍ଣ ଚୂରମାର ହୋଇ ଯାଇଛି । ଏହି ଦୁର୍ଘଟଣାରେ କାର୍‌ର ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବସ୍‌ ଡ୍ରାଇଭରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଗୁରୁତରମାନଙ୍କୁ ପ୍ରଥମେ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୨ ଜଣଙ୍କ ଚେତା ନ ଫେରିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । କାର୍‌ରେ ଥିବା ମୃତକ ଓ ଗୁରୁତରଙ୍କ ପରିଚୟ ମିଳି ପାରିନି । ତେବେ ବସ୍‌ ଡ୍ରାଇଭର ଗାଡ଼ିରେ ଚାପି ହୋଇ ରହିଥିବାରୁ ତାଙ୍କୁ ବାହାର କରିବାକରୁ ଅଗ୍ନିଶମ କର୍ମଚାରୀ ଆପ୍ରାଣ ଚେଷ୍ଟା ଚଳାଇଛନ୍ତି ।