୯ଟି ଜିଲ୍ଲାରେ ପ୍ରବଳ ବର୍ଷା, ୱାର୍ଣ୍ଣିଂ ଜାରି

0
43
୯ଟି ଜିଲ୍ଲାରେ ପ୍ରବଳ ବର୍ଷା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୧/୦୯) : ତୁହାକୁ ତୁହା ବର୍ଷାରେ ଭିଜୁଛି ପୂରା ଓଡ଼ିଶା । ଲଘୁଚାପ ପ୍ରଭାବରେ ୨୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆଜି ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଅଭ୍ୟନ୍ତରିଣ ଓଡ଼ିଶାର ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୨ ତାରିଖରେ ମଧ୍ୟ ୬ ଜିଲ୍ଲାକୁ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।

ଚାଷ ଜମି ଜଳମଗ୍ନ ହେବାର ଆଶଙ୍କା ଥିବାରୁ ଚାଷୀଙ୍କୁ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ଯୋଗୁଁ କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହୋଇପାରେ । ସେହିପରି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ନେଇ ମଧ୍ୟ ଆଶଙ୍କା ରହିଛି ।