ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

0
56
ଦୁଇ ବାଇକ୍‌

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆପଡ଼ା, (୨୩/୦୯) : ନୂଆପଡା ଜିଲ୍ଲା ସିନାପାଲି ନିକଟ ବିଜୁ ଏକ୍ସପ୍ରେସ ୱେରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଯୋଗୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି ।

ମୃତକମାନେ ସିନାପାଲି ଥାନା ଦର୍ଲିପଡ଼ା ଗାଁ’ର ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ଘଟିଥିଲା। ଜଣେ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ସିନାପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।