କାଶୀପୁର ବ୍ଲକରେ ଲଜ୍ୟା, ତୃତୀୟ ଶ୍ରେଣୀ ଛାତ୍ରୀକୁ ଦୁଷ୍କର୍ମ

0
57
କାଶୀପୁର

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ରାୟଗଡ଼ା, (୨୩/୦୯) : ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ ଲଜ୍ୟା । ତୃତୀୟ ଶ୍ରେଣୀ ଛାତ୍ରୀକୁ ବିଦ୍ୟାଳୟର ପିଅନ ଦୁଷ୍କର୍ମ କରିଥିବା ଅଭିଯୋଗ

ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାର ତଦନ୍ତ ରାୟଗଡ଼ା ଏଏସପି ବି.କେ.ନନ୍ଦ ଆରମ୍ଭ କରିଛନ୍ତି । ବର୍ତ୍ତମାନ ଗାଁ’ରେ ଉତେଜନା ଲାଗିଥିବାରୁ ଦୁଇ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି । ଛାତ୍ରୀଙ୍କୁ ନ୍ୟାୟ ଦାବୀରେ ରାସ୍ତାରେ ନିଆଁ ଜାଳି ରାସ୍ତା ଅବରୋଧ କରାଯାଇଥିବା ସୂଚନା ମିଳିଛି । ଏକ ଆବାସିକ ବିଦ୍ୟାଳୟରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଉକ୍ତ ସ୍କୁଲର ପିଅନ ଶିବ ପ୍ରସାଦ ମିଶ୍ର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ପ୍ରଥମେ ଡ଼ଙ୍ଗାସିଲ ପ୍ରଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୂତର ହେତୁ ତାଙ୍କୁ ରାୟଗଡା ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।