ବସ୍ ଓଲଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଗୁରୁତର

0
52
ବସ୍ ଓଲଟି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନବରଙ୍ଗପୁର, (୨୭/୦୯) : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ବସ୍ ଓଲଟି ୨୦ ରୁ ଅଧିକ ଛାତ୍ରଛାତ୍ରୀ ଗୁରୁତର

ଏଥିରେ ଜଣେ ଖେଳ ଶିକ୍ଷକଙ୍କ ମୃତ୍ୟୁ ହୋଇଛି । ମୃତକ ଉମରକୋଟ ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ଖେଳ ଶିକ୍ଷକ ପ୍ରଭାସ ଜେନା । ଆହତ ଛାତ୍ରଛାତ୍ରୀଙ୍କୁ ଝରିଗାଁ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ ଦ୍ଵାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବସଟି ଉମରକୋଟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଚନ୍ଦାହାଣ୍ଡିରେ ଜିଲ୍ଲାସ୍ତରୀୟ କ୍ରୀଡା ଉତ୍ସବରେ ଯୋଗଦେବାକୁ ନେଉଥିଲାବେଳେ ଅଘଟଣ ଘଟିଛି ।