ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

0
47
ପୋଖରୀରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୨୯/୦୯) : ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି । ଏପରି ଦୁଃଖଦ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଓଡ଼ଙ୍ଗି ଗାଁ’ରେ ।

ଜଣେ ନାବାଳିକାଙ୍କ ବୟସ ୧୦ବର୍ଷ ହୋଇଥିବା ବେଳେ ଅନ୍ୟ ଜଣଙ୍କର ବୟସ ୧୨ ବର୍ଷ ହେବ । ଆଜି ସକାଳେ ନାବାଳିକା ଦୁଇ ଜଣ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଏହି ସମୟରେ ସେମାନଙ୍କ ଗୋଡ଼ ଖସି ଯାଇଥିଲା । ଉଭୟ ପୋଖରୀରେ ବୁଡ଼ି ଯାଇଥିଲେ । ଘରକୁ ଆସିବା ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ଉଭୟ ପୋଖରୀରେ ଭାସୁଥିବା ଦେଖିଥିଲେ। ଦୁଇ ନାବାଳିକାଙ୍କୁ ପରିବାର ଲୋକେ ଉଦ୍ଧାର କରି ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।ଦୁଇ ନାବାଳିକା ଦୁଇ ସାଙ୍ଗ ଥିଲେ। ଉଭୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।