ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ; ୩ ଦିନ ପ୍ରବଳ ବର୍ଷିବ

0
64
ସୃଷ୍ଟି ହେଲା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୯/୦୯) : ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ।

ପରେ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ । ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରୁ ଅକ୍ଟୋବର ୩ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦେଖି ଅକ୍ଟୋବର ୧ରୁ ୨ ତାରିଖ ସକାଳ ଯାଏଁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲା ଗୁଡ଼ିକ ହେଉଛି, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, କେଉଁଝର ଏବଂ ମୟୂରଭଞ୍ଜ।