ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

0
47
ଆଜି ୧୧

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୧/୧୦) : ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ।

ଆଜି ୬ ଜିଲ୍ଲାକୁ ଛାଡ଼ି ବାକି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୧ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୨ ତାରିଖରେ ୮ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୪ ତାରିଖ ଯାଏ ରାଜ୍ୟରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହାରାହାରି ୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ବାଭାବିକ ବର୍ଷା ତୁଳନାରେ ୭୦ ପ୍ରତିଶତ ଅଧିକ । ବାଲେଶ୍ବର ଜିଲ୍ଲା ସୋରରେ ସର୍ବାଧିକ ୧୧୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେପଟେ ଲଘୁଚାପ ବର୍ଷା ପାଇଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି । ଶନିବାର ୩ଟି ଗେଟ ଖୋଲାଯିବା ସହ ବର୍ତ୍ତମାନ ୧୦ ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ଆଗକୁ ଜଳସ୍ତର ବଢ଼ିଲେ ଅଧିକ ଗେଟ୍‌ ଖୋଲାଯିବ ବୋଲି ସୂଚନା ଦେଇଛନ୍ତି କର୍ତ୍ତୃପକ୍ଷ ।