ଟ୍ୟୁସନ୍ ଯାଉଥିବା ବେଳେ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍

0
38
ଟ୍ୟୁସନ୍ ଯାଉଥିବା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଢେଙ୍କାନାଳ, (୧୧/୧୦) : ଜଣେ ଛାତ୍ରୀ ଟ୍ୟୁସନ୍ ଯାଉଥିବା ବେଳେ ଟ୍ରକ୍ ମାଡ଼ି ଯିବାରୁ ତାଙ୍କର ମୃତ୍ୟୁ ଘଟିଛି । ଘଟଣାଟି ଘଟିଛି ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଡେରାସିଙ୍ଗ ନିକଟରେ ।

ମୃତ ଛାତ୍ରୀଙ୍କ ନାଁ ପଦ୍ମିନୀ ସାହୁ । ସେ ନବମ ଶ୍ରେଣୀରେ ପଢୁଥିଲେ। ତାଙ୍କ ଘର ଡେରାସିଙ୍ଗାରେ । ଆଜି ସେ ରଞ୍ଜା ଛକ ନିକଟକୁ ଟ୍ୟୁସନ ଯାଉଥିବା ବେଳେ ଏକ ଟ୍ରକ୍ ତାଙ୍କୁ ପଛପଟୁ ପିଟି ଦେଇଥିଲା । ପଦ୍ମିନୀଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣା ପରେ ରଞ୍ଜା ଛକ ନିକଟରେ ଶତାଧିକ ଗ୍ରାମବାସୀ ରାସ୍ତାରୋକ କରିଥିଲେ। ମୃତ ଛାତ୍ରୀଙ୍କ ପରିବାର ଲୋକଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସେମାନେ ଦାବି କରିଥିଲେ ।