ରାସ୍ତାକଡ଼କୁ ଓଲଟି ପଡ଼ିଲା ଗୋରୁ ବୋଝେଇ କଣ୍ଟେନର; ୪ ମୃତ, ୨ ଗୁରୁତର

0
42
ରାସ୍ତାକଡ଼କୁ ଓଲଟି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସମ୍ବଲପୁର, (୧୩/୧୦) : ସମ୍ବଲପୁର ଜିଲ୍ଲା କଟାପାଲି ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ଗୋରୁ ବୋଝେଇ କଣ୍ଟେନରଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣାରେ ୩୦ରୁ ୪୦ ଗୋରୁଙ୍କ ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଗୋରୁ ବୋଝେଇ କଣ୍ଟେନରଟି ଶହେରୁ ଅଧିକ ଗୋରୁ ନେଇ ବରଗଡ଼ରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା । ଏହି ସମୟରେ କଟାପାଲି ନିକଟରେ କଣ୍ଟେନର ରାସ୍ତାକଡ଼କୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଥିଲେ ।

ଦୁର୍ଘଟଣାରେ ୩୦ରୁ ୪୦ ଗୋରୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୋରୁ ଆହତ ହୋଇଥିଲେ । ଆହତ ଗୋରୁଙ୍କ ଚିକିତ୍ସା କରଯାଉଛି । ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି । ପ୍ରତି ଗୁରୁବାର ଟ୍ରକ୍ ହେଉବା କଣ୍ଟେନରରେ ଗୋରୁ ବୋଝେଇ ହୋଇ ବରଗଡ଼ରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।