ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
47
ଜିଲ୍ଲାପାଳ ଓ ଆରକ୍ଷୀ)

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୬/୧୦) : ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2023-10-16 at 18.01.42

ସୁବର୍ଣ୍ଣପୁର ଜିଲ୍ଳାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୪ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ୧୦ଟି ସାମୁହିକ ଦରଖାସ୍ତ ରହିଥିବା ବେଳେ ୨୪ଟି ବ୍ୟକ୍ତିଗତ ଦରଖାସ୍ତ ରହିଛି l ଗ୍ରହଣ କରାଯାଇଥିବା ସମସ୍ତ ଦରଖାସ୍ତ ମଧ୍ୟରୁ ୩ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ଦରଖାସ୍ତ ଗୁଡିକୁ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ତରଭା ବିଡିଓ ଅନିଲ କୁମାର କୁଲୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ବିନୀ ମେହେର , ସୋନପୁର ଉପ ଜିଲ୍ଳାପାଳ ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ ରମେଶ ଚନ୍ଦ୍ର ସ୍ୱାଇଁ , ଅଧିକ୍ଷଣ ଯନ୍ତ୍ରୀ ପିଡବ୍ଲୁଡି ଇଂ ଦାମୋଦର କୈବର୍ତ୍ତ, ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ଶ୍ରୀକାନ୍ତ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅକ୍ଷୟ କୁମାର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ ,ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ,ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ତରଭା ତହସିଲଦାର କିର୍ତ୍ତୀ ଚନ୍ଦ୍ର ପ୍ରଧାନ, ଆଇ ଆଇ ସି ତରଭା ଅନିତା କିଣ୍ଡୋ ଏବଂ ଅନ୍ୟାନ୍ୟ ଜିଲ୍ଳାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ l ଶିବିର ପରିଚାଳନା ରେ ସମସ୍ତ ବ୍ଲକ ସ୍ତରୀୟ କର୍ମଚାରୀ ସହଯୋଗ କରିଥିଲେ l