ବ୍ଲକ୍ ସ୍ତରୀୟ ସୁରଭି 2023 କାର୍ଯ୍ୟକ୍ରମ ଉଦଯାପିତ

0
44
ବ୍ଲକ୍ ସ୍ତରୀୟ

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୨୦/୧୦) : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ୍ ସ୍ତରୀୟ ସୁରଭି -୨୦୨୩ ଓ ଓଡ଼ିଶା ମିଲେଟ ପ୍ରତିଯୋଗୀତା ଉଦଯାପିତ ହୋଇ ଯାଇଛି ।

ଗୋଷ୍ଠୀ ଶିକ୍ଷା ଅଧିକାରୀ ହାଡ଼ିବନ୍ଧୁ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଭିନ୍ନ କ୍ଲଷ୍ଟର ରୁ ମନୋନୀତ ହୋଇଥିବା କୃତି ଛାତ୍ରଛାତ୍ରୀ ମାନେ ବ୍ଲକ୍ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ । କାର୍ଯ୍ୟକ୍ରମ ଶେଷରେ ଅତିଥି ଭାବେ ରାଇକିଆ ବିଡ଼ିଓ ସିମାଞ୍ଚଳ ମଣ୍ଡଳ, ବ୍ଲକ୍ ଅଧ୍ୟକ୍ଷ ପ୍ରିତମ ପ୍ରଧାନ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ । ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସଚେତନତା ବାର୍ତ୍ତାକୁ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ପରିବେଷଣ କରାଯାଇଥିଲା । ଏବିଇଓ ସାରଥୀ କହଁର, ଧନେଶ୍ଵର ଖୁଣ୍ଟିଆ ଓ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ପ୍ରଧାନ ଶିକ୍ଷକ ମାନେ ପରିଚାଳନାରେ ସହଯୋଗ କରିଥିଲେ ।