ପ୍ରଧାନମନ୍ତ୍ରୀ ଅIପ୍ପରେଣ୍ଟିସିପି ମେଳା ୨୦୨୩ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଅନୁଷ୍ଠିତ

0
49
ପ୍ରଧାନମନ୍ତ୍ରୀ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୦/୧୦) : ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ, ରାୟଗଡା ଠାରେ ତା:-୧୬/୧୦/୨୩ ରିଖରେ ପ୍ରଧାନମନ୍ତ୍ରୀ ଅIପ୍ପରେଣ୍ଟିସିପି ମେଳା -୨୦୨୩ ଅନୁଷ୍ଠିତ ହୋଇଯାଇଛି lWhatsApp Image 2023-10-19 at 18.09.34 (1)

ଏହି ମେଳାରେ ୧୦୭ ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ଏବଂ ଜିଲ୍ଲାର ପ୍ରାୟ ୦୬ ଗୋଟି କମ୍ପାନୀ ଯୋଗଦାନ କରି ୯୬ ଛାତ୍ର ଛାତ୍ରୀଙ୍କୁ ଚୟନ କରିଥିଲେ l ଏହି ମେଳାରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ନରେନ୍ଦ୍ର କୁମାର ନାୟକ, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ରାୟଗଡା, ଶ୍ରୀ ତତୋମସୀ ମହାପାତ୍ର, ଜିଲ୍ଲା ନିୟୋଜନ ଅଧିକାରୀ ମୁଖ୍ୟବକ୍ତା ଭାବରେ, ଶ୍ରୀ ବସନ୍ତ କୁମାର ପ୍ରଧାନ, ସୂଚନା ଏବଂ ଲୋକ ସମ୍ପର୍କ ଅଧିକାରୀ, ରାୟଗଡା ସନମାନିତ ଅତିଥି ଭାବେ ଏବଂ ଶ୍ରୀ ସବ୍ୟସାଚୀ ସାହୁ,ଆଇ. ପି. ଓ ଅତିଥି ଭାବର ଯୋଗ ଦେଇ ଥିଲେ l ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ ଅତୁଲ୍ୟ କୁମାର ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏଇ ମେଳା ରେ ନିମନ୍ତ୍ରିତ ଅତିଥି ମାନେ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ l ମୁଖ୍ୟ ଅତିଥି ଶ୍ରୀ ନାୟକ ଛାତ୍ରଛାତ୍ରୀ ମାନଙ୍କୁ କୁଶଳୀ ହେଇ ଆତ୍ମ ନିର୍ଭରଶିଳ ହେବାପାଇଁ ଆହ୍ୱାନ ଦେଇ ଉପାଦେୟ ବାର୍ତ୍ତା ପ୍ରଦାନ କରିଥିଲେ l

ସ୍ଥାନୀୟ କମ୍ପାନୀ ମାନଙ୍କୁ ବହୁ ମାତ୍ରାରେ ଆଇଟିଆଇ ଛାତ୍ରଛାତ୍ରୀ ମାନଙ୍କୁ ଅଧିକ ସୁଯୋଗ ଦେବlଆବଶ୍ୟକ ବୋଲି କହିଥିଲେ l ନିୟୋଜନ ଅଧିକାରୀ ଶ୍ରୀ ମହାପାତ୍ର ଛାତ୍ର ଛାତ୍ରୀ ମାନଙ୍କୁ ଆପ୍ରେନ୍ତିସେସିପ ର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ l ଶିଳ୍ପ ବିକାଶ ଅଧିକାରୀ ଶ୍ରୀ ସାହୁ ତାଙ୍କ ଅଭିଭାଷଣରେ ଦକ୍ଷତାର ସୁଵିକାଶ ପାଇଁ ପରାମର୍ଶ ଦେଇଥିଲେ I ଅନ୍ୟ ଅତିଥି ବୃନ୍ଦ ସେମାନଙ୍କର ମୂଲ୍ୟବାନ ଅଭିଭାଷଣ ପ୍ରଦାନ କରିଥିଲେ l ଅନୁଷ୍ଠାନର ତାଲିମ ଅଧିକାରୀ ଶ୍ରୀଯୁକ୍ତ ନିଶିକାନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶ୍ରୀ ସନ୍ତୋଷ କୁମାର ସାହୁ ମଞ୍ଚ ପରିଚାଳନା କରିଥିଲେ l ଅନୁଷ୍ଠାନର ସମସ୍ତ କର୍ମଚାରୀଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୂଚାରୁରୂପେ ସମ୍ପାଦନ ହେଇଥିଲା l