ନବବଧୂଙ୍କ ସନ୍ଦେହ ଜନକଙ୍କ ମୃତ୍ୟୁ; ହତ୍ୟା ଅଭିଯୋଗ

0
37
ନବବଧୂଙ୍କ ସନ୍ଦେହ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗୀର, (୨୧/୧୦) : ଜଣେ ନବବଧୂଙ୍କ ସନ୍ଦେହ ଜନକଙ୍କ ମୃତ୍ୟୁ ଘଟିଛି । ଏପରି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଡୁଙ୍ଗୁରିପାଲି ପଞ୍ଚାୟତ କୁଆର ଗାଁ’ରେ ।

ମୃତ ମହିଳା ଜଣଙ୍କ ହେଲେ ମାମି କଲତା । ମାମିଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । ମାମିଙ୍କ ସ୍ୱାମୀଙ୍କ କହିବା ଅନୁସାରେ, ଗୁରୁବାର ସନ୍ଧ୍ୟାରେ ମାମିଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ୍ ଗୁରୁତର ହୋଇପଡ଼ି ଥିଲା। ତାଙ୍କୁ ସଇଁତଳା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମାମିଙ୍କର ମୃତ୍ୟୁ ଘଟିଥିଲା । ଅନ୍ୟପକ୍ଷରେ ମାମିଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ମାସରେ ମାମି ବିଷ ପିଇ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଥିଲେ । ତାଙ୍କୁ ସଇଁତଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାପରେ ସେ ସୁସ୍ଥ ହୋଇଯାଇଥିଲେ । ପୁଲିସ ପରିବାର ଲୋକଙ୍କୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ କରୁଛି ।