ଅତି ଭୀଷଣ ବାତ୍ୟାରେ ପରିଣତ ହେଲା ବାତ୍ୟା ‘ହାମୁନ’

0
39
ଅତି ଭୀଷଣ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୪/୧୦) : ଅତି ଭୀଷଣ ବାତ୍ୟାରେ ପରିଣତ ହୋଇଛି ଭୀଷଣ ବାତ୍ୟା ‘ହାମୁନ’। ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୨୩ କିମି ବେଗରେ ଗତି କରୁଛି ।

ବଙ୍ଗୋପସାଗରରେ ପୂର୍ବ-ଉତ୍ତରପୂର୍ବ ଦିଗରେ ଗତି କରୁଛି । ପାରାଦୀପ ଠାରୁ ପୂର୍ବ ଦିଗରେ ୨୯୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।ପାଣିପାଗ ବିଭାଗ ସୂଚନା ଅନୁସାରେ, ବାତ୍ୟା ‘ହାମୁନ’ ପ୍ରଭାବ ଓଡ଼ିଶାରେ ଉପରେ ପଡ଼ିବ ନାହିଁ । ଏହା ପ୍ରଭାବରେ ଉତ୍ତର ଓଡ଼ିଶା ଉପକୂଳରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକ । ଏହି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଅବଶିଷ୍ଟ ଉପକୂଳ ଓଡ଼ିଶା, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ଓ ମଧ୍ୟ ଧରଣରବର୍ଷା ହେବାର ସମ୍ଭାବନା ରହିଛି । ବାତ୍ୟା ‘ହାମୁନ’ କାଲି ମଧ୍ୟାହ୍ନ ସୁଦ୍ଧା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ ବୋଲି IMD ପୂର୍ବାନୁମାନ କରିଛି ।