ସୁବର୍ଣ୍ଣପୁରରେ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଓ ପ୍ରଶମନ ଦିବସ ପାଳିତ

7
61
ସୁବର୍ଣ୍ଣପୁରରେ ପ୍ରାକୃତିକ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୨୯/୧୦) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି ।WhatsApp Image 2023-10-29 at 20.41.43

ପ୍ରାରମ୍ଭରେ ଓ ଏସ ଡି ଏମ ଏ ପ୍ରୋଜେକ୍ଟ ଅଫିସର ବିଶ୍ୱନାଥ ନାୟକ ସଭାର ଆଭିମୁଖ୍ୟ ସମ୍ବନ୍ଧରେ ସୂଚନା ଦେଇଥିଲେ । ୧୯୯୯ ମହାବାତ୍ୟାରେ ଏବଂ ବିଭିନ୍ନ ପ୍ରାକୃତିକ ବିପଦରେ ସହସ୍ର ସଂଖ୍ୟାରେ ମୃତାହତ ହୋଇଥିବା ଜନସାଧାରଣଙ୍କ ଅମର ଆତ୍ମାର ସଦଗତି ପାଇଁ ଦୁଇ ମିନିଟର ନୀରବ ପ୍ରାର୍ଥନା କରାଯାଇଥିଲା । ଜିଲ୍ଲାପାଳ ଶ୍ରୀ ରାୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଓ ପ୍ରଶମନ ସମୟରେ ନିଜର କର୍ତ୍ତବ୍ୟ ସମ୍ବନ୍ଧରେ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ସୋନପୁର ମହାବିଦ୍ୟାଳୟ ଅଧ୍ୟାପକ ତଥା ଜିଲ୍ଲା ସଂଯୋଜକ ଯୁବ ରେଡକ୍ରସ ଉମାକାନ୍ତ ନାଗ ଏବଂ ଯୁଗ୍ମ ସମ୍ପାଦକ ଜିଲ୍ଲା ରେଡ କ୍ରସ ସମିତି ଡ଼. ସତ୍ୟନାରାୟଣ ହୋତା , ଶିକ୍ଷକ ଲକ୍ଷ୍ମୀନାରାୟଣ ସାହୁ ପ୍ରମୁଖ ୧୯୯୯ ମହାବାତ୍ୟା, ଫାଇଲିନ, ହୁଡହୁଡ ର ଏବଂ ବିଭିନ୍ନ ପ୍ରାକୃତିକ ବିପତ୍ତିର ସ୍ମୃତି ଚାରଣ କରିଥିଲେ । ସମସ୍ତ ପ୍ରକାର ପ୍ରାକୃତିକ ବିପଦକୁ କିଭଳି ଭାବରେ ମୁକାବିଲା କରାଯାଇପାରିବ ଏବଂ ଯୁବ ସମାଜର ଭୂମିକା ଉପରେ ବିଶଦ ଭାବରେ ଆଲୋଚନା କରିଥିଲେ ।

ଜିଲ୍ଲାପାଳ ଶ୍ରୀ ରାୟ ଉପଯୁକ୍ତ ପ୍ରାକ ପ୍ରସ୍ତୁତି ଏବଂ ଆଧୁନିକ ପ୍ରଯୁକ୍ତି ବିଜ୍ଞାନର ସହଯୋଗରେ ଓଡିଶା କିଭଳି ବିଭିନ୍ନ ମହାବାତ୍ୟାକୁ ସଫଳତାର ସହିତ ମୁକାବିଲା କରି ପ୍ରଶଂସିତ ହୋଇଛି ତାହାର ଉଦାହରଣ ଦେଇଥିଲେ l ଏହା ସହିତ ଜିଲ୍ଲା ପ୍ରଶାସନ ବଢି ମରୁଡି ର ମୁକାବିଲା କରିବା ପାଇଁ କିଭଳି ପ୍ରସ୍ତୁତ ସେ ସମ୍ବନ୍ଧରେ ସୂଚନା ଦେଇଥିଲେ । ପୂର୍ବରୁ ଏନ ଏସ ଏସ, ରେଡ କ୍ରସ ସମେତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ର ଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ଅଙ୍ଗନୱାଡି କର୍ମୀ, ଆଶାକର୍ମୀ, ମହିଳା ସ୍ଵଂୟ ସହାୟକ ଦଳ କର୍ମକର୍ତ୍ତା, ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଶତାଧିକ ସଂଖ୍ୟାରେ ଏକ ସଚେତନତା ଶୋଭାଯାତ୍ରାରେ ପୁରୁଣା ଟାଉନ ହଲରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ବିଭିନ୍ନ ଜନସଚେତନତା ସ୍ଲୋଗାନ ଦେଇ ପଦଯାତ୍ରା କରିଥିଲେ ଏବଂ ସଭାରେ ଯୋଗ ଦେଇଥିଲେ ।

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ବିଦ୍ୟାପତି ପଣ୍ଡା ସଭା ପରିଚାଳନା କରିଥିଲେ । ଏହି ସଭାରେ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ପଦାଧିକାରୀ, ଅଗ୍ନିଶମ ବିଭାଗ ର କର୍ମଚାରୀ, ଏବଂ ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଓ ଗଣ ମାଧ୍ୟମର ପ୍ରତିନିଧି ଯୋଗ ଦେଇଥିଲେ । ଦିବସ ପାଳନ ଉପଲକ୍ଷେ ଆୟୋଜିତ ବିଭିନ୍ନ ଚିତ୍ରାଙ୍କନ, ରଚନା, ତର୍କ ପ୍ରତିଯୋଗିତା ର ସଫଳ ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣ ପତ୍ର ଏବଂ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ସଭାଶେଷରେ ଅଗ୍ନିଶମ ବିଭାଗ ଅଧିକାରୀ ଧନଞ୍ଜୟ ମଲ୍ଲିକ ଓ ଆଗ୍ନିକ ମାନେ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ କିଭଳି ପ୍ରାଥମିକ ଚିକିତ୍ସା ଯୋଗାଇ ଦିଆଯାଇପାରିବ ଏବଂ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିଭଳି ଭାବରେ ଜନସାଧାରଣଙ୍କୁ ଉଦ୍ଧାର କରିହେବ ତାର ନମୁନା ପ୍ରଦର୍ଶନ କରିଥିଲେ l

7 COMMENTS

Comments are closed.