ନୂଆପଡ଼ାରେ ବାଘ ଆତଙ୍କ; ଗୁହାଳ ପଶି ଗାଈକୁ ମାରି ଖାଇଲା

0
38
ନୂଆପଡ଼ାରେ ବାଘ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆପଡ଼ା, (୩୧/୧୦) : ନୂଆପଡା ଜିଲ୍ଲା ସୁନାବେଡା ଅଭୟାରଣ୍ୟରେ ମାତିଛି ମଣିଷଖିଆ ବାଘ । ଗତକାଲି ସନ୍ଧ୍ୟାରେ କଟିଙ୍ଗପାଣି ଗାଁ’ରେ ଘର ପାଖରେ ଖେଳୁଥିବା ୮ ବର୍ଷର ନାବାଳକକୁ ଝାମ୍ପି ନେଇଥିବାବେଳେ ରାତିରେ ସେହି ଗାଁ’ରେ ଜଣେ ବ୍ୟକ୍ତିଙ୍କ ଗୁହାଳରେ ପଶି ଗାଈକୁ ମାରି ଖାଇଛି ।

ଯାହାକୁ ନେଇ ସ୍ଥାନୀୟ ଲୋକେ ଛାନିଆ ହୋଇପଡ଼ିଛନ୍ତି । ଘରୁ ପଦା ଯିବାକୁ ଭୟ କରୁଛନ୍ତି । ବନ ବିଭାଗ ରେଞ୍ଜରଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଗାଁରେ ପହଞ୍ଚିଛନ୍ତି । ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟାରେ ଗୋଧସପଡ଼ାର ୮ ବର୍ଷୀୟ ଡମ୍ବରୁଧର ଧରୁଆ ଘର ପାଖରେ ଖେଳୁଥିଲା । ଏହି ସମୟରେ କଲରାପତରିଆ ବାଘ ତାକୁ ଝାମ୍ପି ନେଇ ସୁନାବେଡ଼ା ଅଭୟାରଣ୍ୟ ଆଡ଼କୁ ପଳାଇଥିଲା । ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଜଙ୍ଗଲ ଭିତର ଏକ ଗୁମ୍ଫାରୁ ପିଲାଟିକୁ ବାଘଠୁ ଉଦ୍ଧାର କରି ଘରକୁ ଆଣିଥିଲେ । ଘରେ ନାବାଳକର ମୃତ୍ୟୁ ଘଟିଥିଲା । ଗାଁ ପାଖରେ ୨ଟି କଲରାପତରିଆ ବାଘ ବୁଲୁଥିବା ସ୍ଥାନୀୟ ଲୋକେ ସୂଚନା ଦେଇଛନ୍ତି ।