ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି – ୨୦୨୩ ଉଦଯାପିତ

7
55
ସୁବର୍ଣ୍ଣପୁର ଜିଲ୍ଲା

ରିପୋର୍ଟ : ପ୍ରେମାନନ୍ଦ ନାଏକ
ସୁବର୍ଣ୍ଣପୁର, (୦୪/୧୧) : ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନ ସୋନପୁର ଠାରେ ଆୟୋଜିତ ହୋଇଯାଇଛି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ତଥା କଳା ଉତ୍ସବ ଓ ଓଡିଶା ମିଲେଟସ ପ୍ରତିଯୋଗିତା -୨୦୨୩ lWhatsApp Image 2023-11-03 at 20.06.04

ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ଛାତ୍ର ଛାତ୍ରୀ ଙ୍କୁ ଉତ୍ତମ ନାଗରିକ ହୋଇ ଜିଲ୍ଲା ତଥା ରାଜ୍ୟର ନାମକୁ ଗୌରାବାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି l ମୁଖ୍ୟ ବକ୍ତା ଭାବରେ ଡି ଏ ଭି ଟିଟିଲାଗଡ଼ର ଅବସର ପ୍ରାପ୍ତ ଅଧ୍ୟକ୍ଷ ଡ. ଶିବ ପ୍ରସାଦ ବେହେରା, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ. ରାଧାକାନ୍ତ ଗଡତିଆ ଯୋଗ ଦେଇ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦେଶ୍ୟ ଉପରେ ଉଦବୋଧନ ପ୍ରଦାନ କରିଥିଲେ l ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ଭୋଇ କାର୍ଯ୍ୟକ୍ରମରେ ସଭାପତିତ୍ବ କରିଥିଲେ l ସୁବର୍ଣ୍ଣପୁର ଜିଲ୍ଲା ର ୬ ଟି ବ୍ଲକ ରୁ ପ୍ରଥମ ଓ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ l ତିନୋଟି ବିଭାଗ ର ସମୁଦାୟ ୫୧ଟି ପ୍ରତିଯୋଗିତା ଆୟୋଜିତ ହୋଇଥିବା ବେଳେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନେ ରାଜ୍ୟ ସ୍ତରକୁ ମନୋନୀତ ହୋଇଛନ୍ତି l

ଉଦଯାପନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ସମେତ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ. ଗଡତିଆ ଏବଂ ଶ୍ରୀମତୀ ମଞ୍ଜୁଲତା ଭୋଇ, ଉଲୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋଲକ ବିହାରୀ ପଣ୍ଡା, ବିନିକା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ମିଶ୍ର ଯୋଗଦାନ କରି କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ସହ ଟ୍ରଫି ପ୍ରଦାନ କରିଥିଲେ l ସୁରଭିରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଆଗାମୀ ନଭେମ୍ବର ୧୪ ରୁ ୧୬ ନଭେମ୍ବର ପର୍ଯ୍ୟନ୍ତ ଭୁବନେଶ୍ୱର ରେ ହେବାକୁ ଥିବା ରାଜ୍ୟ ସ୍ତରୀୟ ସୁରଭି ରେ ଯୋଗଦାନ କରିବାକୁ ମନୋନୀତ ହୋଇଛନ୍ତି l

ଶିକ୍ଷକ ହୃଷିକେଶ ଚାନ୍ଦ ମଞ୍ଚ ପରିଚାଳନା କରିଥିବା ବେଳେ ଶ୍ରୀଯୁକ୍ତ ଝସକେତନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l ଅନୁଷ୍ଠିତ ସମାରୋହ ରେ ସୁବର୍ଣ୍ଣପୁର ଜିଲ୍ଲା ର ସମସ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଚାରକ ଭାବରେ ଜିଲ୍ଲା ର ବିଭିନ୍ନ ବ୍ଲକ ରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ, ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନ ର ସମସ୍ତ ଶିକ୍ଷକ ପ୍ରଶିକ୍ଷକ ତଥା ଶିକ୍ଷାର୍ଥୀ ପ୍ରମୁଖ ଯୋଗଦାନ କରି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l

7 COMMENTS

Comments are closed.