ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
47
ଜିଲ୍ଲାପାଳ ଓ ଆରକ୍ଷୀ

ରିପୋର୍ଟ : ପ୍ରେମାନନ୍ଦ ନାଏକ
ସୁବର୍ଣ୍ଣପୁର, (୦୭/୧୧) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି lWhatsapp Image 2023 11 06 At 16.01.57

ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୨୦ ଗୋଟି ବ୍ୟକ୍ତିଗତ ଓ ୯ ଗୋଟି ସାମୁହିକ ଦରଖାସ୍ତ ରହିଛି l ଶିବିରରେ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବିଡିଓ ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲା ବନଖଣ୍ଡ ଅଧିକାରୀ ମଦନଲାଲ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ପ୍ରକଳ୍ପ ନିର୍ଦେଶକ ଡୁଡା ବିଶ୍ୱନାଥ ବାରିକ, ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସନତ ନାୟକ , ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ମନୋଜ କୁମାର ଅଦାବର, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଡି ଡବ୍ଲୁ ଓ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ସି ଡି ଭି ଓ ଡ଼ଃ ଅନନ୍ତ ରାଉତ, ନିର୍ବାହୀ ଯନ୍ତ୍ରୀ ଆରଡି. ଇଂ ବି ନରେନ କିଶନ ରେଡ୍ଡୀ, ନିର୍ବାହୀ ଯନ୍ତ୍ରୀ ଟିପି ଓ ଡବ୍ଲୁ ଓ ଡି ଏଲ ଅଶୋକ ମିଶ୍ର, ନିର୍ବାହୀ ଯନ୍ତ୍ରୀ ଏଲ ଆଇ ଇଂ ପ୍ରଫୁଲ୍ଲ ବେହେରା, ଡି ଏଲ ଓ ଡିଲେଶ୍ୱର ଖାକା, ତହସିଲଦାର ସୋନପୁର ଡ.ସୋମ୍ୟାରୁପା ରଥ, ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ଶ୍ରୀ ମନୋରଞ୍ଜନ ପଣ୍ଡା,ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l