ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା
କଲ୍ୟାଣସିଂହପୁର, (୮/୧୧) : ରାୟଗଡା ଜିଲ୍ଲା ମୁନିଗୁଡା ଥାନା ଅନ୍ତର୍ଗତ ହାଟମୁନିଗୁଡା ନିକଟ ରାମକ୍ରୀଷ୍ଣା ମିଶନ ନିକଟରେ ଏକ ଘରେ ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି ।
ମୃତକ ଜଣକ ବୁରୁଜୁଗୁଡା ଗ୍ରାମର ନନ୍ଦ୍ଦିନି ନାଏକ । ସେ ରାମକ୍ରୀଷ୍ଣା ମିଶନ ରେ ବଗିଚା କାମ କରି ଚଳନ୍ତି ସେ ଜଣେ ସମ୍ପର୍କୀୟଙ୍କ ଘରେ ପ୍ରାୟ ସମୟରେ ରହିଯାଆନ୍ତି । ସେହି ସମ୍ପର୍କୀୟଙ୍କ ଘରେ ହି ତାଙ୍କୁ ହତ୍ୟା କରାଯାଇଛି । ସେହି ସମ୍ପର୍କୀୟ ଭାଇହି ନନ୍ଦିନିଙ୍କୁ ହତ୍ୟା କରିଥିବା ଜଣାପଡିଛି । ହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ଘଟଣାସ୍ଥଳରେ ମୁନିଗୁଡା ପୋଲିସ ପହଞ୍ଚି ତଦନ୍ତ କରୁଛି କିଛି ସମୟପରେ ସାଇଣ୍ଟିଫିକ୍ ଟିମ ଆସିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି ।