ବଙ୍ଗୋପସାଗରରେ ଦାନାବାନ୍ଧୁଛି ଲଘୁଚାପ, ୧୬ ତାରିଖରୁ ଭିଜିବ ଓଡ଼ିଶା !

6
80
ବଙ୍ଗୋପସାଗରରେ ଦାନାବାନ୍ଧୁଛି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୧/୧୧) : ବଙ୍ଗୋପସାଗରରେ ଦାନାବାନ୍ଧୁଛି ଲଘୁଚାପ । ଆସନ୍ତା ୧୪ରେ ତାରିଖ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।

ଏହା ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଲଘୁଚାପ ରୂପନେବା ସମ୍ଭାବନା ରହିଛି । ପ୍ରଭାବରେ ୧୬ତାରିଖରୁ ରାଜ୍ୟରେ ବର୍ଷା ହେବ । ଦକ୍ଷିଣ ସମେତ ଉତ୍ତର ଓଡିଶାରେ ବର୍ଷା ହେବା ସମ୍ଭାବନା ରହିଛି ।ଏହାର ପ୍ରଭାବରେ ନଭେମ୍ବର ୧୫ ରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ଏହାର ପରବର୍ତ୍ତୀ ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ଘୂର୍ଣ୍ଣିବଳୟ ଉତର ଦିଗ ଆଡ଼କୁ ମୁହାଁଉଥିବାରୁ ଉପକୂଳ ଓ ଉତର ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ନଭେମ୍ବର ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ନଭେମ୍ବର ୧୬ ରୁ ୧୮ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ମଧ୍ୟମଧରଣର ବର୍ଷା ହେବ । ଉପକୂଳ ଓଡିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଏବଂ ନୟାଗଡ଼ରେ ହାଲୁକା ବର୍ଷା ହେବାନେଇ ଆକଳନ କରାଯାଇଛି ।

ଅନ୍ୟପଟେ ଓଡ଼ିଶାକୁ ପ୍ରବେଶ କରିବ ପୂର୍ବାଳି ଗରମ ଶୁଷ୍କ ପବନ । ଫଳରେ ରାତିର ତାପମାତ୍ରା ବୃଦ୍ଧି ପାଇପାରେ । ଏବେ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

6 COMMENTS

Comments are closed.