୧୧୯ ପିଲାଙ୍କ ସମେତ ରାଜ୍ୟରୁ ୭୪୫ ନୂଆ ସଂକ୍ରମିତ ଚିହ୍ନଟ

0
182

ରିପୋର୍ଟ : ସୁଭାସିସ ନାୟକ //
ଭୁବନେଶ୍ୱର,(୧୦/୦୯) : ରାଜ୍ୟରେ ସଂକ୍ରମଣ ସ୍ଥିର ରହିଥିଲେ ମଧ୍ୟ ପିଲାଙ୍କ ସଂକ୍ରମଣ ଚିନ୍ତାର କାରଣ ପାଲଟିଛି । ରାଜ୍ୟରେ ଦୈନିକ ୧୦୦ରୁ ଊର୍ଦ୍ଧ୍ୱ ଶିଶୁ କରୋନାରେ ଆକ୍ରାନ୍ତ ହେଉଛନ୍ତି । ୧୧୯ ପିଲାଙ୍କ ସମେତ ରାଜ୍ୟରୁ ୭୪୫ ନୂଆ ସଂକ୍ରମିତ ଚିହ୍ନଟ |

ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪୫ ସଂକ୍ରମିତ ଚିହ୍ନଟ ହୋଇଥିବ ବେଳେ ସେଥି ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର କେବଳ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୮୩କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୯୯୯୮୫୯ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍ ହେଉଛି ୭୦୮୭ । ୧୧୯ ପିଲାଙ୍କ ସମେତ ରାଜ୍ୟରୁ ୭୪୫ ନୂଆ ସଂକ୍ରମିତ ଚିହ୍ନଟ |

୭୪୫ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୪୩୫ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୩୧୦ । ଖୋର୍ଦ୍ଧାରୁ ସର୍ବାଧିକ ୨୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାବାଦ ଅନୁଗୁଳରୁ ୧୦ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୨, ବରଗଡ଼ରୁ ୧୧, ଭଦ୍ରକରୁ ୯, କଟକରୁ ୧୨୦, ଦେବଗଡ଼ରୁ ୬, ଢେଙ୍କାନାଳରୁ ୯, ଗଂଜାମରୁ ୩, ଜଗତସିଂହପୁରରୁ ୧୮, ଯାଜପୁରରୁ ୨୭, କନ୍ଧମାଳ-୩, କେନ୍ଦ୍ରାପଡ଼ାରୁ ୧୮, କେନ୍ଦୁଝରରୁ ୫ ଚିହ୍ନଟ ହୋଇଛନ୍ତି ।

ସେହିପରି କୋରାପୁଟରୁ ୧, ମାଲକାନଗିରିରୁ ୧, ମୟୂରଭଂଜରୁ ୩୨, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୧୧, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୁବର୍ଣ୍ଣପୁରରୁ ୧, ସୁନ୍ଦରଗଡ଼ରୁ ୨୪ ଓ ଷ୍ଟେଟ୍ପୁଲ୍ରୁ ୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।