ପୋଲରୁ ୨୦ ଫୁଟ୍ ତଳକୁ ଖସିପଡ଼ିଲା କାର୍, ୩ ଆହତ

0
41
ପୋଲରୁ ୨୦

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁନ୍ଦରଗଡ଼, (୧୯/୧୧) : ସୁନ୍ଦରଗଡ ଜିଲ୍ଲା ମହୁଲପଦା ଥାନା ଫୁଲଝର ନଗରିଆ ପୋଲରୁ ପ୍ରାୟ ୨୦ ଫୁଟ୍ ତଳକୁ ଏକ କାର୍ ଖସି ପଡ଼ିବାରୁ ୩ ଜଣ ଆହତ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତମାନେ ହେଉଛନ୍ତି- କେନ୍ଦୁଝର ଜିଲ୍ଲା କାଦଡ଼ିଆ ଗାଁ’ର ଅଜିତ ମାହାନ୍ତ, ଓମକାର ବେହେରା ଓ ଯଦୁମଣି ମହାକୁଡ଼ । ଅଜିତ ଓ ଓମକାରଙ୍କ ଅବସ୍ଥା ଗୁରୁତର ରହିଛି । ଓମକାର କାର୍ ଚଲାଉଥିଲେ।ଗତକାଲି ରାତି ପ୍ରାୟ ୧ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଏହି ତିନି ଜଣ କାଦଡ଼ିଆରୁ ରାଉଲକେଲା ଅଭିମୁଖେ ଯାଉଥିବା କାର୍‌ଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା । ଆମ୍ବୁଲାନ୍ସ ଯୋଗେ ତିନି ଆହତଙ୍କୁ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଥିବା ଅଜିତ ଓ ଓମକାରଙ୍କୁ ରାଉଲକେଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ମହୁଲପଦା ପୁଲିସ ଘଟଣାର ତଦନ୍ତ କରୁଛି ।