ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
39
ଜିଲ୍ଲାପାଳ ଓ ଆରକ୍ଷୀ

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୦/୧୧) : ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l

ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୯୧ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୭୪ଟି ଓ ସାମୁହିକ ଦରଖାସ୍ତ ୧୭ଟି ଗ୍ରହଣ କରାଯାଇଛି l ତନ୍ମଧ୍ୟରୁ ୫ଟି ଅଭିଯୋଗ ର ତତ୍କାଳୀନ ସମାଧନ ହୋଇଥିବାବେଳେ ଗ୍ରହଣ କରାଯାଇଥିବା ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l

ବୀରମହାରାଜପୁର ବିଡ଼ିଓ ରଘୁନାଥ ପାଣିଗ୍ରାହୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦର ସି ଡି ଓ ତଥା ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ବୀରମହାରାଜପୁର ଉପ ଜିଲ୍ଲାପାଳ ଲଲାଟେନ୍ଦୁ ସି, ଜିଲ୍ଲା ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ ଡ଼ ରମେଶ ଚନ୍ଦ୍ର ସ୍ୱାଇଁ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଡିଇଓ ଲକ୍ଷ୍ମଣ ଭୋଇ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ଅକ୍ଷୟ ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡିଏଲ ଅଶୋକ ମିଶ୍ର, ନିର୍ବାହୀ ଯନ୍ତ୍ରୀ ଏଲ ଆଇ ଇଂ ପ୍ରଫୁଲ୍ଲ କୁମାର ବେହେରା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇଙ୍କ ସମେତ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା , ତହସିଲଦାର ଅମୃତଲାଲ ବେହେରା, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ବ୍ଲକ ସ୍ତରୀୟ ଅଧିକାରୀ ଓ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଶିବିରରେ ଯୋଗଦାନ କରିଥିଲେ l