କାଶୀନଗରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

3
40
କାଶୀନଗରରେ ଯୁଗ୍ମ

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୨୦/୧୧) : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଗରିବନ୍ଧା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।

ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତିରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଖରାଡ଼, କିଡିଗାମ୍, ହାଡ଼ଭାଙ୍ଗି ଓ କେ.ସୀତାପୁର,ବୁଦୁରା, ଖଣ୍ଡାବା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୫୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ ସେଥି ମଧ୍ୟରୁ ବ୍ୟକ୍ତି ଗତ ଅଭିଯୋଗ ସମସ୍ୟା- ୨୨ ଗୋଟି, କୋମ୍ୟୁନିଟି ଭିତ୍ତିକ ସମସ୍ୟା- ୩୬ ଗୋଟି ଅଭିଯୋଗ ଗ୍ରହଣ କରାଯାଇ ତୁରନ୍ତ ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ କହିଥିଲେ. ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ କାଶୀନଗର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମ୍ମା, ସ୍ଥାନୀୟ ସରପଞ୍ଚ,ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

3 COMMENTS

Comments are closed.